ଆସୁଛନ୍ତି ନିର୍ବାଚନ କମିଶନଙ୍କ ଟିମ୍, ନିର୍ଭୁଲ୍ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା
12/09/2023 at 11:40 AM

ଭୁବନେଶ୍ୱର ୧୨/୦୯: ଆସନ୍ତାକାଲି ରାଜ୍ୟରେ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ୍ । ଆଜି ସନ୍ଧ୍ୟାରେ ଆସୁଛନ୍ତି ନିର୍ବାଚନ କମିଶନଙ୍କ ଟିମ୍ । କାଲି ଖାରବେଳ ଭବନରେ ବୈଠକ ହେବ । ଏଥିରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଟିମ ସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଯୋଗ ଦେବ । ବୁଧବାର ବୈଠକରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା ହେବ। ଭୋଟର ତାଲିକା ସଂଶୋଧନ ପାଇଁ ପ୍ରକ୍ରିୟା ଚାଲିଛି ।
ସୂଚନା ଥାଉକି, ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ଜୋର ଧରିଲା । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ବୟାନ ଏପରି ଚର୍ଚ୍ଚାକୁ ଆହୁରି ଜୋର କରିଛି । ରାଜ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଆଜି ଏକ ସୂଚନା ଦେଇ କହିଛନ୍ତି, ରାଜ୍ୟରେ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି । ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଓ ଭିଭିପାଟ ହେବ ଯାଞ୍ଚ ।
ଭୋଟର ତାଲିକା ସଂଶୋଧନ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ କରାଯାଉଛି । ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ କେନ୍ଦ୍ର ନିର୍ବାଚନ କମିଶନ ତଥା ଇସିଆଇ ଅଧିକାରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା କରିବେ । ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଉଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ କମିଶନ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ।
ସିଇଓଙ୍କ ଏପରି ସୂଚନା ଆଗୁଆ ନିର୍ବାଚନ ସମ୍ଭାବନାକୁ ଆହୁରି ବଢାଇ ଦେଇଛି । ତେବେ ସିଇଓ ଏହା ମଧ୍ୟ କହିଛନ୍ତି ଯେ ଏହା ନିର୍ବାଚନ ପୂର୍ବର ଏକ ପ୍ରକ୍ରିୟା । ଆଗୁଆ ନିର୍ବାଚନ ନେଇ ଏହାର କୌଣସି ସମ୍ପର୍କ ନଥିବା କହିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।
you can also read….