Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ବଡ଼ବିଲ ରେଞ୍ଜରେ ଦନ୍ତା ଆକ୍ରମଣ, ସ୍ବାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର

27/02/2023 at 9:59 PM

ବଡ଼ବିଲ ୨୭/୦୨: ବଡ଼ବିଲ ରେଞ୍ଜ ରୋଇଡ଼ାରେ ହାତୀ ଉପଦ୍ରବ । ଦନ୍ତା ଅକ୍ରମଣରେ ସ୍ବାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର ହୋଇଛନ୍ତି । ମୃତକ ରୋଇଡ଼ା ପଣସଗୁଡ଼ା ଅଞ୍ଚଳର ସମରା ମୁଣ୍ଡା । ଗୁରୁତର ଭାବେ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ସ୍ତ୍ରୀ ସରସ୍ବତୀ ମୁଣ୍ଡା ଓ ୮ବର୍ଷର ଝିଅ ପୁତୁଲୀ ମୁଣ୍ଡା ।

ସୋମବାର ଦିନ ୧୧ଟା ସମୟରେ ଜାଳେଣି କାଠ ସଂଗ୍ରହ ପାଇଁ ସମରା ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଏବଂ ଝିଅ ଜଙ୍ଗଲକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଥିଲା । ଜାଳେଣି ସଂଗ୍ରହ ବେଳେ ଦନ୍ତା ଆକ୍ରମଣର ଶିକାର ହୋଇଥିଲେ । ସମରାଙ୍କୁ ଦନ୍ତା କଚାଡ଼ି ଦେବାରୁ ତାନ୍ତର ମୃତ୍ୟୁ ହୋଇଛି । ସେହିପରି ସ୍ତ୍ରୀ ଓ ଝିଅ ଗୁରୁତର ଭାବେ ଆହତ ହୋଇଛନ୍ତି ।  ଉଭୟଙ୍କୁ ଚିକିତ୍ସା ପାଇଁ ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି । ବନ ଅଧିକାରୀ ଓ ରୁଗୁଡ଼ି ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ସମରାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।

   Related Posts