Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ୍‌ଙ୍କ ଧମାକାରଦାର୍‌ ବ୍ୟାଟିଂ, ହାସଲ କଲେ ୪୪ ତମ ଶତକ
  • ||
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୧ କୋଭିଡ୍ ପଜିଟିଭ୍

26/05/2022 at 9:16 AM

ଭୁବନେଶ୍ୱର ୨୬।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୮୦୮୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।   

   Related Posts