oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ସାହାରପଡା ବେକାର ଯୁବକ ଯୁବତୀଙ୍କ ପାଇଁ ଆତ୍ମନିଯୁକ୍ତି ମେଳା ଅନୁଷ୍ଠିତ

27/12/2021 at 10:35 PM

ପାଟଣା, ୨୭/୧୨: ସାହାରପଡା ବ୍ଲକ ପରିସରରେ ଆଜି କେନ୍ଦ୍ର ସରକାରଙ୍କ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଏବଂ ଓରମାସ ପକ୍ଷରୁ ୧୮ ରୁ ୩୫ ବର୍ଷ ବୟସର ବେକାର ଯୁବକ ଯୁବତୀଙ୍କ ପାଇଁ ତାଲିମ ଓ ନିଯୁକ୍ତି ଭିତ୍ତିକ ମେଳା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଜୀବିକା ମିଶନ ପକ୍ଷରୁ ଜୀବିକା ସଂଯୋଜକ  ସୁସ୍ମିତା ସାହୁ ଓ ମନୋରଞ୍ଜନ ମହାପାତ୍ରଙ୍କ ସଂଯୋଜନାରେ ଆୟୋଜନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ ଯୋଗ ଦେଇ ଶିବିରକୁ ଉଦଘାଟନ କରିବା ସହ ଯୋଗ୍ୟତାକୁ ଦକ୍ଷତାରେ ପରିଣତ କରି ବେକାର ଯୁବକ ଯୁବତୀ ମାନେ ଆଗକୁ ବଢିବାକୁ କଠିନ ପରିଶ୍ରମ କରିବା ଆବଶ୍ୟକ ବୋଲି ମତ ପ୍ରକାଶ କରିଥିଲେ  ।

କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସାହାରପଡା ବିଡ଼ିଓ ଲମ୍ବୋଦର ଖୁଣ୍ଟିଆ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଶୁକେସ୍ମିତା ନାଏକ, ସାହାରପଡା ବ୍ଲକ ଅଧ୍ୟକ୍ଷା ରମ୍ଭାବତୀ ଦେହୁରୀ, ଉପାଧ୍ୟକ୍ଷା କିରଣବାଳା ସିଂହ, ସାଂସଦ ପ୍ରତିନିଧି ରବୀନ୍ଦ୍ର ନାୟକ ପ୍ରମୁଖ ଯୋଗ ଦେଇଥିବା ବେଳେ ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳର ୨୦୦୦ରୁ ଉର୍ଦ୍ଧ୍ବ  ବେକାର ଯୁବକ ଯୁବତୀ ଉପସ୍ଥିତ ରହି ଆବେଦନ ଫର୍ମ ପ୍ରକ୍ରିୟା କାର୍ଯ୍ୟ ସମ୍ପାଦନ କରିଥିଲେ  ।

   Related Posts