Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଜାମ୍ମୁ କାଶ୍ମୀର ଅବନ୍ତିପୋରାରେ ଏନକାଉଣ୍ଟର, ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ନିହତ

20/08/2021 at 11:09 AM

ଶ୍ରୀନଗର ୨୦/୦୮ : ଜାମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା । ଅବନ୍ତୀପୋରାରେ ସୁରକ୍ଷା ବାହିନୀ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ । ଅବନ୍ତୀପୋରାର ପାମ୍ପୋରରେ ଏବେ ସୁରକ୍ଷାବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି । ଏନେଇ ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଥାଉକି, ଏହା ପୂର୍ବରୁ ଥନ୍ନାମଣ୍ଡି ଜଙ୍ଗଲରେ ଏକ ୩ ଜଣିଆ ଆତଙ୍କବାଦୀ ଦଳ ସୁରକ୍ଷା ବାହିନୀ ସହ ମୁହାଁମୁହିଁ ହୋଇଥିଲା । ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା । ଅଗଷ୍ଟ ୬ ରେ ଥାନାମାଣ୍ଡିର ପଙ୍ଗାଇ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା । ଯେଉଁଥିରେ ୨ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଥିଲା । କିନ୍ତୁ ତିନି ଆତଙ୍କବାଦୀ ଆଖିରେ ଧୂଳି ଦେଇ ଖସି ପଳାଇଥିଲେ ।

ଫେରାର ହୋଇଯାଇଥିବା ଏହି ୩ ଜଣ ଆତଙ୍କୀ ଥନ୍ନାମଣ୍ଡୀ ଜଙ୍ଗଲରେ ବୁଲିବୁଲି ଥନ୍ନାମଣ୍ଡୀ ମୋଗଲ ରୋଡ ସ୍ଥିତ ଐତିହାସିକ ପର୍ଯ୍ୟଟନ ସ୍ଥଳୀ ନିକଟରେ ଥିବା ଜଙ୍ଗଲରେ ବୁଲୁଥିଲେ। ଏନେଇ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିବା ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ଏହି ସମୟରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ । ଫଳରେ ସେନା ଏହାର କଡ୍ଡା ଜବାବ ଦେଇଥିଲା ।

   Related Posts