ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ମୃତ

Published By : Prameya-News7 Bureau | June 08, 2019 IST

ଶ୍ରୀନଗର ୮|୬: ଜମ୍ମୁ-କାଶ୍ମୀରର ଅନନ୍ତନାଗ ରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଏବେବି ଗୁଳିବିନିମୟ ଜାରି ରହିଛି । ଏହି ଅଞ୍ଚଳରେ ଆହୁରି ମଧ୍ୟ କେତେକ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି ।

ସୂଚନା ଅନୁସାରେ, ଅନନ୍ତନାଗ ଜିଲ୍ଲାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ଫଳରେ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ତେବେ ଯବାନଙ୍କୁ ସେହି ଅଞ୍ଚଳରେ ଦେଖିବା ପରେ ଆତଙ୍କବାଦୀମାନେ ପ୍ରଥମେ ଗୁଳିମାଡ କରିଥିଲେ । ଏହାପରେ ଯବାନମାନେ ପାଲଟା ଆକ୍ରମଣ କରିଥିଲେ । ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ଦୁଇ ପକ୍ଷ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.