oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ସମ୍‌ରେ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ କାଲ୍‌କାନିଓପ୍ଲାଷ୍ଟି ଅସ୍ତ୍ରୋପଚାର, ଛୋଟ ଛିଦ୍ର ଦେଇ କଢ଼ାଗଲା ଗୋଇଠିରେ ବଢ଼ୁଥିବା ହାଡ଼

6/08/2021 at 10:23 PM

ଭୁବନେଶ୍ୱର, ୦୬/୦୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ କାଲ୍‌କାନିଓପ୍ଲାଷ୍ଟି ପଦ୍ଧତିରେ ଏକ ସଫଳ ଅସ୍ତ୍ରୋପଚାର ହୋଇପାରିଛି । ପାଦରେ ଗୋଇଠିରେ ବଢ଼ିଥିବା ଏକ କ୍ଷୁଦ୍ର ହାଡକୁ ଏଣ୍ଡୋସ୍କୋପିକ୍ କାଲ୍‌କାନିଓପ୍ଲାଷ୍ଟି ପଦ୍ଧତିରେ ଅସ୍ତ୍ରୋପଚାର କରି ବାହାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ଡାକ୍ତରୀ ଟିମ୍ ।

ଜଟଣୀ ଅଂଚଳର ଜନୈକା ୬୯ ବର୍ଷୀୟା ମହିଳା ସୁଶିଳା ସାହୁ ଦୀର୍ଘ ଦିନ ଧରି ତାଙ୍କ ବାମ ପାଖ ଗୋଇଠିରେ ଅସହ୍ୟ ଯନ୍ତ୍ରଣା ଭୋଗ କରୁଥିଲେ । ଅନେକ ଡାକ୍ତରଖାନାରେ ପରାମର୍ଶ କରି ବିଫଳ ହେଲା ପରେ ସମ୍ ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗରେ ଅଗଷ୍ଟ ୪ ତାରିଖରେ ଭର୍ତି ହୋଇଥିଲେ । ବିଭାଗୀୟ ମୂଖ୍ୟ ପ୍ରଫେସର ଡାକ୍ତର ଅନିରୁଦ୍ଧ ଦାସ ତାଙ୍କୁ ଚିକିତ୍ସା କରିଥିଲେ । ବିଭିନ୍ନ ପରୀକ୍ଷାରୁ ଜଣାପଡିଥିଲା ଯେ ତାଙ୍କ ଗୋଇଠିରେ ଏକ ଛୋଟ ହାଡ଼ ବଢ଼ିଛି । ଯେଉଁ କାରଣରୁ ପାଦଟି ଫୁଲିବା ସହ ମହିଳା ଜଣକ ଚାଲିବା ବେଳେ କଷ୍ଟ ଅନୁଭବ କରୁଛନ୍ତି ।

ଏପରି ଅବସ୍ଥାରେ ଥିବା ହାଡ଼ଟିକୁ ଅସ୍ତ୍ରୋପଚାର କରିବା ଅତ୍ୟନ୍ତ ବିପଦପୂର୍ଣ୍ଣ ଏବଂ ଜଟିଳ ମଧ୍ୟ ଥିଲା । ତେବେ ପ୍ରଫେସର ଡାକ୍ତର ଦାସଙ୍କ ନେତୃତ୍ୱରେ ଡାକ୍ତର ତପନ ଦାଶ ଓ ନିଶ୍ଚେତକ ବିଭାଗର ଡାକ୍ତର ଏସ୍‌. ପାଣିଗ୍ରାହୀ ପ୍ରମୁଖ ଏକ ୩ ଜଣିଆ ଡାକ୍ତରୀ ବିଶେଷଜ୍ଞ ଦଳ ଏଣ୍ଡୋସ୍କୋପିକ୍ କଲ୍‌କାନିଓପ୍ଲାଷ୍ଟି ପ୍ରଣାଳୀରେ ରୋଗୀର ଅସ୍ତ୍ରୋପଚାର କରିବାରେ ସଫଳ ହୋଇଥିଲେ । ମାତ୍ର ଦୁଇଟି ଛୋଟଛୋଟ ଛିଦ୍ର ମାଧ୍ୟମରେ ବର୍ଦ୍ଧିତ ହାଡ଼ଟିକୁ ବାହାର କରିବା ସମ୍ଭବ ହୋଇଥିଲା । ଏହି ଅତ୍ୟାଧୁନିକ ଅସ୍ତ୍ରୋପଚାର ପରେ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ।

ସୂଚନା ଯୋଗ୍ୟ ଏହି ପଦ୍ଧତିର ଅସ୍ତ୍ରୋପଚାର ଓଡ଼ିଶାର ପ୍ରଥମ । ଏହି ଅସ୍ତ୍ରୋପଚାର ନିମନ୍ତେ ଖୁବ୍ କମ୍ ସମୟ ଲାଗୁଥିବା ବେଳେ ଏହା ସ୍ୱଳ୍ପ ଖର୍ଚ୍ଚରେ ହୋଇପାରୁଛି ଓ ରୋଗୀକୁ କମ୍ ଦିନ ଡାକ୍ତରଖାନାରେ ରହିବାକୁ ପଡ଼ୁଛି । ଆଗାମୀ ଦିନରେ ଏପରି ଅତ୍ୟାଧୁନିକ ଅସ୍ତ୍ରୋପଚାର ପ୍ରଣାଳୀକୁ ଆହୁରି ବ୍ୟାପକ କରାଯିବ ବୋଲି ହସ୍ପିଟାଲ୍‌ର ରୋଗୀ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି ।

   Related Posts