ଗୁଣ୍ଡିଚା ମନ୍ଦିର ନିକଟରେ ଜବରଦଖଲ କରି ବ୍ୟବସାୟ କରୁଥିବା ଦୋକାନ ଉଚ୍ଛେଦ

Published By : Prameya-News7 Bureau | December 08, 2023 IST

ପୁରୀ ୮।୧୨: ପୁରୀ ଗୁଣ୍ଡିଚା ମନ୍ଦିର ଠାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଉଚ୍ଛେଦ । ଜବରଦଖଲ କରି ବ୍ୟବସାୟ କରୁଥିବା ଦୋକାନୀମାନଙ୍କୁ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି । ନାକଚଣା ଦ୍ବାର ଠାରୁ ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ପର୍ଯ୍ୟନ୍ତ ଏହି ଉଚ୍ଛେଦ କାର୍ଯ୍ୟ କରାଯିବା ସହ‌ ସମ୍ପୂର୍ଣ୍ଣ ଅଞ୍ଚଳକୁ ଜବରଦଖଲ ମୁକ୍ତ କରାଯାଇଛି । ଉଚ୍ଛେଦ କାର୍ଯ୍ୟରେ ଗୋଟିଏ ଜେସିବି ସହ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଓ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

{"id":880348,"sizeSlug":"full","linkDestination":"none"}

ଆସନ୍ତା ଜାନୁଆରୀ ୧୭ ତାରିଖରେ ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବାକୁ ଥିବାବେଳେ ଗୁଣ୍ଡିଚା ମନ୍ଦିର ଠାରେ ମଧ୍ୟ ସଂକୀର୍ତ୍ତନ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶୁକ୍ରବାର ଏହି ଉଚ୍ଛେଦ କାର୍ଯ୍ୟ କରାଯାଇଛି ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ କହିଛନ୍ତି ।

You Can Read :

wp:embed {"url":"https://www.prameyanews7.com/land-collapses-near-shaguna-ghai-in-mangalpur-of-kendrapara-district/","type":"wp-embed","providerNameSlug":"prameya-news-7"}
https://www.prameyanews7.com/land-collapses-near-shaguna-ghai-in-mangalpur-of-kendrapara-district/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.