vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ପୂର୍ବତନ ବିଧାୟକ ଅନୁପ ସାଏ ଅସୁସ୍ଥ: ଛାତି ଯନ୍ତ୍ରଣା ଯୋଗୁଁ ଜିନ୍ଦଲ ହସ୍ପିଟାଲରେ ଭର୍ତ୍ତି, ଡବଲ୍ ମର୍ଡର କେସ୍‌ରେ ଜେଲରେ ଥିଲେ

25/08/2020 at 9:22 PM

ରାୟଗଡ଼୨୫/୮: ପୂର୍ବତନ ବିଧାୟକ ଅନୁପ ସାଏ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଇଲେ ରାୟଗଡ ଜେଲ କର୍ତ୍ତୃପକ୍ଷ।ରାୟଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ପରେ ଜିନ୍ଦଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମା-ଝିଅ ହତ୍ୟାକାଣ୍ଡର ଅଭିଯୁକ୍ତ ଭାବେ ରାୟଗଡ ଜେଲରେ ୭ ମାସରୁ ଉର୍ଦ୍ଧ୍ବ ସମୟରୁ ଜେଲରେ ଅଛନ୍ତି ଅନୁପ ସାଏ।

ଗତ ଫେବ୍ରୁଆରୀ୧୨ ତାରିଖ ରାତିରେ ଅନୁପ ସାଏଙ୍କୁ  ତାଙ୍କ ବଗରାଚକା ବାସଭାବନରୁ ରାୟଗଡ ଜିଲ୍ଲା ଚକ୍ରଧରନଗର ଥାନା ପୋଲିସ ଉଠାଇ ନେଇଥିଲେ। କଳ୍ପନା ଦାଶ ଓ ଝିଅ ବବଲି  ହତ୍ୟାକାଣ୍ଡରେ ଅନୁପଙ୍କ ସମ୍ପୃକ୍ତି ଜାଣିବା ପରେ  ପୋଲିସ ପ୍ରାୟ ୩ ବର୍ଷ ପରେ ଅନୁପଙ୍କ ନିକଟରେ ପହଞ୍ଚି ଥିଲା।

ଏହି ମାମଲାରେ ଅନୁପଙ୍କ ସହ ତାଙ୍କ ଡ୍ରାଇଭର ମଧ୍ୟ ଜେଲରେ ଅଛି। କଳ୍ପନା ଦାଶ ଓ ଝିଅ ବବଲିକୁ ହତ୍ୟା କରି ଗାଡି ଚଢାଇ ରାୟଗଡ ନିକଟସ୍ଥ ଏକ ଜଙ୍ଗଲରେ ଫିଙ୍ଗି ଦେଇ ପ୍ରମାଣ ନଷ୍ଟ କରିବା ପାଇଁ ଉଦ୍ୟମ କରିଥିଲେ ଅନୁପ ଓ ସହଯୋଗୀ ବୋଲି ରାୟଗଡ ପୋଲିସ କହିଥିଲା।

   Related Posts