ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ୭ ଥର ବିଧାନସଭାକୁ ହୋଇଥିଲେ ନିର୍ବାଚିତ

Published By : Prameya-News7 Bureau | May 15, 2024 IST

ରାୟଗଡ଼ା ୧୫/୦୫: ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ବିୟୋଗ । ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ ହୋଇଛି । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ସ୍ବର୍ଗତଃ ଡମ୍ବରୁଧର ଉଲାକା । ମୃତ୍ଯୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ସେ ୭ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ମୃତ୍ୟୁ ବେଳକୁ ପାଖରେ ଦୁଇ ପୁଅ ଓ ଝିଅ ଜ୍ବାଇଁ ଉପସ୍ଥିତ ଥିଲେ ।

ସୂଚନା ଥାଉକି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଥିବାର ଖବର ମିଳିଛି। ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୭ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.