ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ, ସବ୍ଷ୍ଟେସନରେ ଉତ୍ତ୍ୟକ୍ତ ଲୋକଙ୍କ ଭଙ୍ଗାରୁଜା
16/08/2019 at 12:04 PM

ବଣାଇ ୧୬|୮: ସୁନ୍ଦରଗଡ଼ ବଣାଇରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ ହୋଇଛି । ମୃତ ଚାଷୀ ବଡଗଗୁଆ ଗାଁର ଶ୍ୟାମସୁନ୍ଦର । ଶ୍ୟାମସୁନ୍ଦର କ୍ଷେତରେ ହଳ କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ହୋଇଛି । ଏପରିକି ଏଥିରେ ଗୋଟିଏ ବଳଦର ମଧ୍ୟ ପ୍ରାଣ ଯାଇଛି ।

ତେବେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । ବଣାଇ ସବଷ୍ଟେସନରେ ଭଙ୍ଗାରୁଜା କରିଛନ୍ତି ଉତ୍ତ୍ୟକ୍ତ ଲୋକେ । ବଣାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।
Related Posts
ବିପୁଳ ପରିମାଣର ଗଞ୍ଜେଇ ଜବତ; ୪ ଚୋରା ଚାଲାଣକାରୀ ଗିରଫ
5 July 2022