oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ଗୃହରେ ଉଠିଲା ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ, ମନ୍ତ୍ରୀ କହିଲେ- ଘଟଣାର ତଦନ୍ତ ଚାଲିଛି…

24/02/2021 at 1:02 PM

ଭୁବନେଶ୍ୱର ୨୪।୦୨: ବିଧାନସଭାରେ ଉଠିଲା ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ । ବରଗଡ଼ ଜିଲ୍ଲା ପାଇକମାଲରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା । ଯାହାର ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ।

ପାଇକମାଲର କବିର ଭୋଇ ନାମକ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ଆସିଛି । ଧାନ ବିକି କରିନପାରି ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣିଥିଲେ କଂଗ୍ରେସ ବିଧାୟକ । ତେବେ ଏହାର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ପାଇକମାଲର କବିର ଭୋଇ ବ୍ୟକ୍ତିଗତ କାରଣରୁ ହର୍ଟ ଆଟାକରେ ମୃତ୍ୟୁ ବରଣ କରିଥାଇପାରନ୍ତି। ତେବେ କେଉଁ କାରଣ ପାଇଁ ସେ ଆତ୍ମହତ୍ୟା କରିଛନ୍ତି । ତାହାର ତଦନ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଚାଷୀଙ୍କ ପ୍ରସଙ୍ଗ ନେଇ ଜୋର ଧରିଛି ରାଜନୀତି । ଯାହାକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ କଥା କଟାକଟି ଚାଲିଛି । ଖାସ୍‌ କରି ଧାନ ବିକ୍ରି, ଟୋକନ ପ୍ରସଙ୍ଗ ପରେ ଏବେ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ।

   Related Posts