ନୂଆଦିଲ୍ଲୀ ୧୬।୧୧; ଜମ୍ମୁ ଓ କାଶ୍ମୀରର ବଡଗାମରେ ମର୍ମନ୍ତୁଦ ଦୁର୍ଘଟଣା । SUV- ଟ୍ରକ୍ ଧକ୍କାରେ ହେବା ଫଳରେ ଚାରି ଜଣଙ୍କର ମୃତ୍ୟୁ ଘଟିଛି । ପାଞ୍ଚ ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଘଟଣାଟି ପ୍ରାୟ ରାତି ୧୦.୩୦ରେ ବଡଗାମର ପାଲାରରେ ଘଟିଥିଲା । ଦୁର୍ଘଟଣା ପରେ ନଅ ଜଣଙ୍କୁ ନିକଟସ୍ଥ ହସ୍ପିଟାଲକୁ ପଠାଯାଇଥିଲା। ଯେଉଁଠାରେ ଚାରି ଜଣଙ୍କୁ ମୃତ ଘୋଷଣା କରାଯାଇଥିଲା। ଅଧିକାରୀମାନେ କହିଛନ୍ତି ଯେ ଆହତମାନଙ୍କୁ ଚିକିତ୍ସା କରାଯାଉଛି।

ବଡଗାମ ରିଙ୍ଗ ରୋଡରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଅଧିକାରୀଙ୍କ ଅନୁଯାୟୀ, ଧକ୍କା ଏତେ ଭୟଙ୍କର ଥିଲା ଯେ ଏସୟୁଭି ଗାଡ଼ିଟି ଗୁରୁତର ଭାବରେ କ୍ଷତିଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦା ଏବଂ ପଥଚାରୀମାନେ ତୁରନ୍ତ ଘଟଣାସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସ୍ଥାନୀୟ ବାସିନ୍ଦାଙ୍କ ସହାୟତାରେ ଆହତମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଥିଲା। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଦଳ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହା ପରେ, ସମଗ୍ର ଅଞ୍ଚଳକୁ ସିଲ୍ କରାଯାଇଛି। ପୋଲିସ ମୃତଦେହଗୁଡ଼ିକୁ ଉଦ୍ଧାର କରି ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଛି।

ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ବଡଗାମରେ ହୋଇଥିବା ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯେଉଁଥିରେ ଅନେକ ଲୋକଙ୍କ ଜୀବନ ଯାଇଛି। ସେ ପ୍ରଶାସନକୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାକୁ ଏବଂ ଆହତମାନଙ୍କୁ ତୁରନ୍ତ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ଘଟଣାର କାରଣ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ଜମ୍ମୁ ଓ କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା କହିଛନ୍ତି, "ବଡଗାମରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୂଲ୍ୟବାନ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଗଭୀର ଦୁଃଖିତ। ଶୋକସନ୍ତପ୍ତ ପରିବାର ପାଇଁ ମୋର ସମବେଦନା।" ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।