ଯାଜପୁର ୨୩।୦୫ : ମୃତ୍ୟୁ ବି ଏମିତି ଆସେ । ପୁଅର ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା। ଯାଜପୁର ଜିଲ୍ଲା ମାନସିଂହ ଗାଁରେ ଘଟିଛି ଏପରି ଏକ ଅଭାବନୀୟ ଘଟଣା।

ମଙ୍ଗଳପୁର ବଜାର ରେ ଷ୍ଟୁଡିଓ ବ୍ୟବସାୟ କରୁଥିବା ଷ୍ଟିମର ପଣ୍ଡାଙ୍କ ଦୋକାନରେ କାମ କରୁଥିବା ଜଣେ କର୍ମଚାରୀ ବିଷପାନ କରିଥିଲେ। ଚିକିତ୍ସା ସମୟରେ ସେ ଛାଟିପିଟି ହେଉଥିବା ବେଳେ ତାଙ୍କ ହାତ ଗୋଡ ଷ୍ଟିମରଙ୍କ ଛାତି ରେ ବାଜିଥିଲା। ଏଥିରେ ଷ୍ଟିମର ଗୁରୁତର ହୋଇ ଯାଇଥିଲେ। ତାଙ୍କୁ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରା ଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଅ ର ମୃତ୍ୟୁ ଖବର ପାଇ ଘରେ ବାପା ରସାନନ୍ଦ ପଣ୍ଡା ନିଜ ଘରେ ଆତ୍ମହତ୍ୟା କରିଛନ୍ତି । ଦୁଇ ମୃତଦେହକୁ ଶବ ବ୍ୟବଚ୍ଛେଦ ଲାଗି ଯାଜପୁର ମୁଖ୍ୟ ଚିକିତ୍ସାଳୟ ଅଣାଯାଇଛି। ପୂରା ଘଟଣାର ତଦନ୍ତ ଆରମ୍ଭ କରିଛି ମଙ୍ଗଳପୁର ପୋଲିସ।

Also Read:-Attack Case : ତ୍ରିକୋଣୀୟ ପ୍ରେମକୁ ନେଇ ହଣାକଟା, ମାମୁ ଓ ମାକୁ ହାଣିଲା ପ୍ରେମିକ