ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

NEWS7
fau-g-start-pre-registration-on-google-play-store

ମାଲକାନଗିରି ୨୬।୦୨ : ଦୁଇ ମାଓବାଦୀ ନିହତ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସ- ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଯେଉଁଥିରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି ।

ଖବର ଅନୁଯାୟୀ, ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ ।ଦୀର୍ଘ ସମୟ ଧରି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ଏହାସହିତ ଘଟଣାସ୍ଥଳରୁ SLR ଓ INSAS ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛନ୍ତି ସୁରକ୍ଷାକର୍ମୀ ।