Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଲକ୍ଷ୍ମୀ ମାର୍କେଟ୍‌ କମ୍ପ୍ଲେକ୍ସରୁ ୧୫ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ

8/03/2023 at 9:52 PM

ପୁରୀ ୦୮/୦୩: ହୋଟେଲ୍‌ ସମ୍ରାଟ୍‌ରେ ଫସିଥିବା ୧୫ ଜଣ ପର୍ଯ୍ୟଟକଙ୍କୁ ଅଗ୍ନିଶମ କର୍ମଚାରୀ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ପରେ ସେମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି।ଏନେଇ ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ଘଟଣାସ୍ଥଳରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇନାହିଁ। ନିଆଁ ଲାଗିଥିବା ୩ ମହଲା ଘରେ ଭେଣ୍ଟିଲେସନ୍‌ ହେଉଥିବାରୁ ନିଆଁକୁ ଆୟତ୍ତ କରିବା ସହଜ ହୋଇପାରୁନଥିବା ଜଣାପଡ଼ିଛି। ଖବର ଅନୁସାରେ, ପ୍ରଥମେ ସେଠାରେ ଥିବା ସମ୍ରାଟ୍‌ ଫେସନ୍‌ ଲୁଗା ଦୋକାନରେ ନିଆଁ ଲାଗିଥିଲା। ପରେ ଉପର ମହଲାକୁ ନିଆଁ ବ୍ୟାପିଯାଇଥିଲା।

ସୂଚନାଥାଉକି, ପୁରୀ ସହରର ମରିଚିକୋଟ ପାଖ ଲକ୍ଷ୍ମୀ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ ହୋଇଛି। ଏହାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଠା ଜାରି ରଖିଛନ୍ତି। ମାର୍କେଟ୍‌ କମ୍ପ୍ଲେକ୍ସଟି ୩ ମହଲା ବିଶିଷ୍ଟ ହୋଇଥିବା ବେଳେ, ପ୍ରଥମ ମହଲାରେ ଥିବା ଏକ ଡ୍ରେସ୍‌ ଦୋକାନରେ ନିଆଁ ଲାଗିଥିଲା। ପରେ ଏହି ନିଆଁ ବ୍ୟାପିବାରୁ ଉପର ମହଲାରେ ଥିବା ହୋଟେଲ୍‌ ସମ୍ରାଟ୍‌ରେ ଅନେକ ଯାତ୍ରୀ ଫସି ରହିଥିଲେ। ସେମାନଙ୍କୁ ଅଗ୍ନିଶମ ବାହିନୀର ଉଦ୍ଧାର କାରି ଦଳ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି।  

   Related Posts