ଭୁବନେଶ୍ବର ୪।୯: ଚାଷୀଙ୍କୁ ମିଳିଲା ସିଏମ୍ କିଷାନ୍ ଯୋଜନାର ପଞ୍ଚମ କିସ୍ତି ଟଙ୍କା । ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ । ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ରାଜ୍ୟର ୪୧ ଲକ୍ଷରୁ ଅଧିକ କ୍ଷୁଦ୍ର, ନାମମାତ୍ର, ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହ ଏବଂ ଭୂମିହୀନ କୃଷକ ପରିବାର ପ୍ରତ୍ୟକ୍ଷ ଭାବେ ଉପକୃତ ହେବେ । ମୋଟ ୮୩୩ କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି ।

ଏହି ଆର୍ଥିକ ସହାୟତା ରାଜ୍ୟର ଚାଷୀ ମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ସହିତ କୃଷି କାର୍ଯ୍ୟରେ ପ୍ରୋତ୍ସାହିତ କରିବ । ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେଇଛନ୍ତି । ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ସରକାରଙ୍କ ଅନ୍ୟ ମନ୍ତ୍ରୀ ମାନେ ଯୋଗଦେଇ ସିଏମ୍-କିଷାନ କିସ୍ତି ପ୍ରଦାନ କରିବା କାର୍ଯ୍ୟକ୍ରମ ରହିଛି ।

Also Read:- ରାତିରେ ଶୋଇଥିଲେ ସ୍ବାମୀ-ସ୍ତ୍ରୀ, ବର୍ଷାରେ ଭିଜିଥିଲା କାନ୍ଥ.. ଉଠିବା ବେଳକୁ ଚାଲିଯାଇଥିଲା ଜୀବନ

ତେବେ ସିଏମ୍ କିଷାନ ଟଙ୍କା ବାଣ୍ଟିବା ପୂର୍ବରୁ ଜନ୍ମାଷ୍ଟମୀ ପାଇଁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।