ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ

Published By : Prameya-News7 Bureau | March 28, 2024 IST

ଭୁବନେଶ୍ବର: ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ। ଘଟଣା ଘଟିଛି ଭୁବନେଶ୍ବର ପୁନାମାଗେଟ ଛକ ନିକଟରେ। 

ସୂଚନା ଅନୁଯାୟୀ, ସ୍ଥାନୀୟ ଅରବିନ୍ଦ ନଗରରେ ଠାରେ ଥିବା ଏହି ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ହୋଇଛି । ଖବର ପାଇ କଳ୍ପନା ଅଗ୍ନିଶମ ବାହିନୀର ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ। ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ। ସୌଭାଗ୍ୟବଶତଃ ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.