ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଚାଷୀଙ୍କ ଖଳାରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ଧାନ ପୋଡି ପାଉଁଶ

21/12/2021 at 5:22 PM

କଣ୍ଟାବାଞ୍ଜି ୨୧।୧୨: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ୍ ଚୁଲିଫୁଙ୍କା ଗାଁର ଚାଷୀ ନୃପତି ବେହେରାଙ୍କ ଧାନ ଖଳାରେ କୌଣସି କାରଣରୁ ନିଆଁ ଲାଗି ଯାଇଛି । ଫଳରେ ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇ ଯାଇଥିବା ଦେଖିବାକୁ ମିଳିଛି । ଧାନରେ ନିଆଁ ଲାଗି ଯାଇଥିବାରୁ ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଖବର ଦେଇଥିଲେ ।

ବଙ୍ଗୋମୁଣ୍ଡା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଅଧିକାଂଶ ଧାନ ପୋଡି ପାଉଁଶ ହୋଇଯାଇଛି । ପ୍ରାୟ ୧୦ ଏକର ଜମିରେ ହୋଇଥିବା ଧାନକୁ ଖଳାକୁ ଆଣିଥିବା ଚାଷୀ ନୃପତି ବେହେରା କହିଛନ୍ତି । ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣି ସୁନାନୀ ସ୍ଥାନୀୟ ଆରଆଇ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

   Related Posts