ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲ୍‌ରେ ସଫଳ ହେଲା ରୋବୋଟିକ୍ସ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର

28/01/2023 at 7:47 PM

ଭୁବନେଶ୍ୱର ୨୮/୦୧: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଶନିବାର ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର କରାଯାଇଛି। ରୋବୋଟିକ୍ ପ୍ରକ୍ରିୟାରେ ଏଭଳି ଅସ୍ତ୍ରୋପଚାର ଖୁବ୍ ଉନ୍ନତମାନର ହୋଇଥିବା ବେଳେ ଅଧିକ ସଫଳତା ଦେଉଛି ଏବଂ ଭବିଷ୍ୟତରେ ଏହା ଆଣ୍ଠୁ ପ୍ରତ୍ୟାରୋପଣର ପ୍ରକୃଷ୍ଟ ମାଧ୍ୟମ ହେବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଭାରତର ପ୍ରତିଷ୍ଠିତ ଆଣ୍ଠୁ ପ୍ରତ୍ୟାରୋପଣ ବିଶେଷଜ୍ଞ ଡାକ୍ତର ଶେଖର ଶ୍ରୀବାସ୍ତବଙ୍କ ତତ୍ୱାବଧାନରେ ସମ୍‌ରେ ଏହି ଅସ୍ତ୍ରୋପଚାର କରାଯାଇଛି।

ନୂଆଦିଲ୍ଲୀରେ ଥିବା ସନ୍ଥ ପରମାନନ୍ଦ ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ବରିଷ୍ଠ ପରାମର୍ଶଦାତା ତଥା ମୁଖ୍ୟ ଡାକ୍ତର ଶ୍ରୀବାସ୍ତବ କହିଛନ୍ତି ଯେ କୌଣସି ଅସ୍ତ୍ରୋପଚାରରେ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପ୍ରକ୍ରିୟା ସଠିକ୍ ହେବା ଦରକାର ଏବଂ ରୋଗୀ ପାଇଁ ଆରାମଦାୟକ ହେବା ଆବଶ୍ୟକ। ଆଣ୍ଠୁ ପ୍ରତ୍ୟାରୋପଣ ସର୍ଜରୀରେ ସଠିକତା ଓ ଆଣ୍ଠୁ ଚାରିପଟେ ଥିବା ସୂକ୍ଷ୍ମ କୋଷିକାଗୁଡ଼ିକର ଭାରସାମ୍ୟ ରଖିବା ହେଉଛି ସବୁଠୁ ଗୁରୁତ୍ୱପୂର୍ଣ୍ଣ। ରୋବୋଟିକ୍ ସର୍ଜରୀରେ ଏହା ସମ୍ଭବ ହୋଇପାରୁଛି ବୋଲି ସମ୍‌ରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡାକ୍ତର ଶ୍ରୀବାସ୍ତବ କହିଛନ୍ତି।

ପାରମ୍ପରିକ ପ୍ରକ୍ରିୟାରେ ହେଉଥିବା ଅସ୍ତ୍ରୋପଚାର ସଫଳ ହୋଇଥାଏ କିନ୍ତୁ ସବୁ ରୋଗୀ ଏଥିରେ ଖୁସି ହୋଇନଥାନ୍ତି। କିନ୍ତୁ ବୈଷୟିକ ଜ୍ଞାନ କୌଶଳ ଦ୍ୱାରା ରୋବୋଟିକ୍ ଅସ୍ତ୍ରୋପଚାର ମାଧ୍ୟମରେ ବିଶେଷଜ୍ଞମାନେ ସଠିକ୍‌, ଭାରସାମ୍ୟ ରକ୍ଷା କରି ଉତ୍କୃଷ୍ଟ ଧରଣର ଅସ୍ତ୍ରୋପଚାର କରିବାରେ ସଫଳ ହୋଇପାରୁଛନ୍ତି। ଏହି ପ୍ରକ୍ରିୟାରେ ସୁକ୍ଷ୍ମ କୋଷିକା ନଷ୍ଟ ହେବାର ସମ୍ଭାବନା ଖୁବ୍ କମ୍ ଏବଂ ଅସ୍ତ୍ରୋପଚାର ପରେ ରୋଗୀଟି ଖୁବ୍ ଶୀଘ୍ର ନିଜର ଦୈନନ୍ଦିନ ଜୀବନକୁ ଫେରିପାରେ। ଏହା ଦ୍ୱାରା ପ୍ରକ୍ରିୟାଟି ଠିକ୍ ଭାବରେ ହୋଇଥାଏ, ରୋଗୀକୁ କମ୍ କଷ୍ଟ ହୋଇଥାଏ ଏବଂ ସେ ବହୁ ଶୀଘ୍ର ସୁସ୍ଥ ହୋଇଥାଏ। ପୂର୍ବ ତୁଳନାରେ ଏବେ ଯୁବବର୍ଗଙ୍କର ଅଧିକ ମାତ୍ରାରେ ଆଣ୍ଠୁ ପ୍ରତ୍ୟାରୋପଣ ଆବଶ୍ୟକ ହେଉଛି ବୋଲି ଡାକ୍ତର ଶ୍ରୀବାସ୍ତବ କହିଛନ୍ତି।

ସାମ୍ୱାଦିକଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି ଯେ ପାରମ୍ପରିକ ଅସ୍ତ୍ରୋପଚାର ଠାରୁ ରୋବୋଟିକ୍ ଆଣ୍ଠୁ ପ୍ରତ୍ୟାରୋପଣ ପାଇଁ ଖର୍ଚ୍ଚ ମାତ୍ର ୧୦ ରୁ ୧୫ ପ୍ରତିଶତ ଅଧିକ ହୋଇଥାଏ। ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଣ୍ଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର କହିଥିଲେ ଯେ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ହେଉଥିବା ଅସ୍ତ୍ରୋପଚାରରେ ମନୁଷ୍ୟକୃତ ଭୁଲର ମାତ୍ରା କମିଯିବ।

ସମ୍ ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଅନିରୁଦ୍ଧ ଦାସ କହିଛନ୍ତି ରୋବୋଟିକ୍ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଇଥିବା ରୋଗୀ ଜଣଙ୍କ ୩ ରୁ ୪ ବର୍ଷ ହେବ କଷ୍ଟ ଅନୁଭବ କରୁଥିଲେ। ଅଧିକାଂଶ ଲୋକ କଷ୍ଟ ପାଇବା ସତ୍ୱେବି ଅସ୍ତ୍ରୋପଚାର ଅପେକ୍ଷା ଔଷଧ ଉପରେ ଅଧିକ ନିର୍ଭର କରନ୍ତି। ତେବେ ଯେତେବେଳେ ଔଷଧ କାମ କରେ ନାହିଁ ଏଭଳି କ୍ଷେତ୍ରରେ ଚିକିତ୍ସା କଷ୍ଟକର ହୋଇପଡ଼େ।

ଆଣ୍ଠୁ ସମସ୍ୟା ଏବଂ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ନେଇ ଲୋକଙ୍କ ମଧ୍ୟରେ ସଚେତନତାର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ଏହି ପ୍ରକ୍ରିୟା ଏବଂ ଏହାର ସୁଫଳ ସମ୍ପର୍କରେ ଲୋକଙ୍କୁ ଅବଗତ କରିବାର ଆବଶ୍ୟକତା ରହିଛି ବୋଲି ପ୍ରଫେସର ଦାସ କହିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ପ୍ରଫେସର (ଡାକ୍ତର) ସତ୍ୟ ନାୟକ ମଧ୍ୟ ଯୋଗ ଦେଇଥିଲେ ।

   Related Posts