LIVE TV

ଆସନ୍ତା ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ, ଉପସ୍ଥିତ ରହି ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ

NEWS7
first-meeting-of-ram-mandir-trust

ଭୁବନେଶ୍ବର ୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୬ ତାରିଖରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ । ସେଥିପାଇଁ ୧୬ ତାରିଖରେ ନୂଆପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ । ଏ ନେଇ ସୂଚନା ଦେଲେ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର । ସେହିଦିନ ଦୁଇ ହଜାରରୁ ଅଧିକ କଂଗ୍ରେସ ଓ ବିଜେଡି କର୍ମୀ ବିଜେପିରେ ସାମିଲ ହେବେ ବୋଲି ସୁଜିତ କୁମାର ସୂଚନା ଦେଇଛନ୍ତି

ସେ ଆହୁରି କହିଛନ୍ତି ଯେ, ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି । କେବଳ ଘୋଷଣା ବାକି ରହିଛି