ଭୋଗରାଇ ୧୭।୬: ବାଲେଶ୍ବର ଜିଲ୍ଲା ଉଦୟପୁର ତାଳସାରୀ ରଣସିଂହପୁର କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ପ୍ରବଳ ବର୍ଷା ଓ ପବନ ପାଇଁ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କଲା ମତ୍ସ୍ୟବିଭାଗ । ଚଳିତ ମାସ ୧୭ ତାରିଖରୁ ୧୯ ତାରିଖ ଯାଏ ସମୁଦ୍ର ମନା । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏ ନେଇ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା ସୂଚନା ଦେଲେ ।
ସୂଚନାଯୋଗ୍ୟ ଯେ, ଭୋଗରାଇ ବ୍ଲକ୍ ଅଧୀନରେ ରହିଛି ୪ଟି ମତ୍ସ୍ୟ ଅବତରଣ କେନ୍ଦ୍ର । ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି । ପ୍ରବଳ ପବନ ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନା ନେଇ ଉଦୟପୁର ତାଳସାରୀ ରଣସିଂହପୁର କୀର୍ତ୍ତିନିଆ ଆଦି ସ୍ଥାନରେ ମତ୍ସ୍ୟଜୀବୀ ମାନଙ୍କୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ଚନ୍ଦନେଶ୍ୱର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା ଆରମ୍ଭ ହୋଇଛି । ପ୍ରବଳ ପବନରେ ଡଙ୍ଗାକୁ ଡଙ୍ଗା ପିଟିହେବାରେ ସମ୍ଭାବନା ଥିବା ବେଳେ ମାଛଧରା ଜାଲ ଓ ସମସ୍ତ ସାମଗ୍ରୀ, ଡ଼ଙ୍ଗା ଆଦିକୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ମଧ୍ୟ କୁହାଯାଇଛି । ଆଉ ଏହାକୁ କେହି ମତ୍ସ୍ୟଜୀବୀ ଅବମାନନା କରି ଯଦି ସମୁଦ୍ରକୁ ଯାଆନ୍ତି ତେବେ ତାଙ୍କ ଉପରେ ମତ୍ସ୍ୟବିଭାଗ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।
You Can Read:
ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି, ଯୋଡ଼ା ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ!