ଭୋଗରାଇ ୧୭।୮: ଉଦୟପୁର ତାଳସାରୀ ରଣସିଂହପୁର କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ପ୍ରବଳ ବର୍ଷା ଓ ପବନ ପାଇଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କଲା ମତ୍ସ୍ୟ ବିଭାଗ । ଚଳିତ ମାସ ୧୯ ଓ ୨୦ ତାରିଖରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ମନା କରାଯାଇଛି । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା ସୂଚନା ଦେଇଛନ୍ତି ।
ଭୋଗରାଇ ବ୍ଲକ୍ ଅଧୀନରେ ରହିଛି ୪ଟି ମତ୍ସ୍ୟ ଅବତରଣ କେନ୍ଦ୍ର । ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି । ପ୍ରବଳ ପବନ ସାଙ୍ଗକୁ ବର୍ଷା ମଧ୍ୟ ପ୍ରବଳ ସମ୍ଭାବନା ନେଇ ଉଦୟପୁର ତାଳସାରୀ ରଣସିଂହପୁର କୀର୍ତ୍ତିନିଆ ଆଦି ସ୍ଥାନରେ ମତ୍ସ୍ୟଜୀବୀ ମାନଙ୍କୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ଚନ୍ଦନେଶ୍ୱର ମତ୍ସ୍ୟବିଭାଗ ପକ୍ଷରୁ ସଚେତନତା ଆରମ୍ଭ ହୋଇଛି । ପ୍ରବଳ ପବନରେ ଡଙ୍ଗାକୁ ଡଙ୍ଗା ବାଡ଼େଇ ହେବାର ସମ୍ଭାବନା ଥିବା ବେଳେ ମାଛଧରା ଜାଲ ଓ ସମସ୍ତ ସାମଗ୍ରୀ ଡ଼ଙ୍ଗା ସୁରକ୍ଷିତ ସ୍ଥାନକୁ ନେବା ପାଇଁ ମଧ୍ୟ କୁହାଯାଇଛି । ଆଉ ଏହାକୁ କେହି ମତ୍ସ୍ୟଜୀବୀ ଅବମାନନା କରି ଯଦି ସମୁଦ୍ରକୁ ଯାଆନ୍ତି ତେବେ ତାଙ୍କ ଉପରେ ମତ୍ସ୍ୟ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।
You Can Read:
ଲାଟ୍ରିନ୍ ଟାଙ୍କିରୁ ସେଣ୍ଟ୍ରିଙ୍ଗ ଖୋଲିବା ବେଳେ ଅଘଟଣ : ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ