ଭୋଗରାଇ ୧୪।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଅଶାନ୍ତ ହୋଇଛି ସମୁଦ୍ର । ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲ୍ଲାର ଉଦୟପୁର, ତାଳସାରି, ରଣସିଂହପୁର ଓ କୀର୍ତ୍ତନିଆ ଅଞ୍ଚଳର ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଜୁଲାଇ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ମଧ୍ୟ ଚେତାବନୀ ଦିଆଯାଇଛି ।

ଏ ନେଇ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା ସୂଚନା ଦେଇ କହିଛନ୍ତି ଯେ, ବିଭାଗର ନିର୍ଦ୍ଦେଶକୁ ଅମାନ୍ୟ କରି ସମୁଦ୍ରକୁ ଗଲେ ସମ୍ପୃକ୍ତ ମତ୍ସ୍ୟଜୀବୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ।

Also Read:- ଟ୍ରଲର ବୁଡ଼ି ଘଟଣାରେ ମୃତ ମତ୍ସ୍ୟଜୀବୀଙ୍କର ହେବ DNA ଟେଷ୍ଟ, କାକଦ୍ବୀପରେ ପହଞ୍ଚିଲା ଓଡ଼ିଶା ପ୍ରଶାସନ

ସମ୍ଭାବ୍ୟ ବିପଦକୁ ଏଡ଼ାଇବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ମତ୍ସ୍ୟଜୀବୀଙ୍କୁ ସଚେତନ କରାଯାଉଛି । ସେହିପରି ମାଛ ଧରା ଜାଲ ଓ ଡଙ୍ଗାକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି । ଲଘୁଚାପର ପ୍ରଭାବ ଶେଷ ନହେବା ପର୍ଯ୍ୟନ୍ତ ସମସ୍ତ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।