ଭୋଗରାଇ ୧୮।୬: ଉଦୟପୁର ତାଳସାରି ରଣସିଂହପୁର କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ବର୍ଷା ଓ ପବନ, ଘଡ଼ଘଡି ପାଇଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କଲା ମତ୍ସ୍ୟ ବିଭାଗ । ଚଳିତ ମାସ ୧୮ ରୁ ୨୧ ତାରିଖରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ମନା କରାଯାଇଛି । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଲେ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା ।

ଭୋଗରାଇ ବ୍ଲକ ଅଧୀନରେ ରହିଛି ୪ଟି ମତ୍ସ୍ୟ ଅବତରଣ କେନ୍ଦ୍ର । ବଙ୍ଗୋପସାଗରରେ ବର୍ଷା, ପବନ ଓ ଘଡ଼ଘଡି ଯୋଗୁଁ ସମୁଦ୍ର ଅଶାନ୍ତ ରହିବ । ପ୍ରବଳ ପବନ ସାଙ୍ଗକୁ ବର୍ଷା ମଧ୍ୟ ପ୍ରବଳ ସମ୍ଭାବନା ନେଇ ଉଦୟପୁର ତାଳସାରୀ ରଣସିଂହପୁର କୀର୍ତିନିଆ ଆଦି ସ୍ଥାନରେ ମତ୍ସ୍ୟଜୀବୀ ମାନଙ୍କୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ଚନ୍ଦନେଶ୍ୱର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା ଆରମ୍ଭ ହୋଇଛି ।

Also Read:- SIR କାର୍ଯ୍ୟକ୍ରମରେ ଅବହେଳା ଓ କର୍ତ୍ତବ୍ୟରେ ଅନୁପସ୍ଥିତ ଅଭିଯୋଗ : ଦୁଇ BLO ନିଲମ୍ବିତ

ପ୍ରବଳ ପବନରେ ଡଙ୍ଗାକୁ ଡଙ୍ଗା ବାଡ଼େଇ ହେବାରେ ସମ୍ଭାବନା ଥିବା ବେଳେ ମାଛଧରା ଜାଲ ଓ ସମସ୍ତ ସାମଗ୍ରୀ ଡ଼ଙ୍ଗା ସୁରକ୍ଷିତ ସ୍ଥାନକୁ ନେବା ପାଇଁ ମଧ୍ୟ କୁହାଯାଇଛି । ଆଉ ଏହାକୁ କେହି ମତ୍ସ୍ୟଜୀବୀ ଅବମାନନା କରି ଯଦି ସମୁଦ୍ରକୁ ଯାଆନ୍ତି ତେବେ ତାଙ୍କ ଉପରେ ମତ୍ସ୍ୟ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।