ଭୁବନେଶ୍ବର ୨୦।୯: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଆସନ୍ତାକାଲି ଅବପାତରେ ପରିଣତ ହୋଇପାରେ । ଅବପାତରେ ପରିଣତ ହେବା ପରେ ଏହା ପଶ୍ଚିମ, ଉତ୍ତର ପଶ୍ଚିମ ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେବ । ୨୩ ତାରିଖ ସକାଳ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବା ନେଇ ପୂର୍ବାନୁମାନ କରିଛି IMD ।

ଏହାର ପ୍ରଭାବରେ ପବନ ଅପେକ୍ଷା ରାଜ୍ୟରେ ୨୨ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବାକୁ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ୨୧ରୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

Also Read:- ପୁଣି ବାତ୍ୟା ଭୟ ! ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେବ କି ଭୟଙ୍କର ରୂପ ? ଏହି ୯ ଜିଲ୍ଲା ପାଇଁ ସତର୍କତା

ଗଭୀର ଅବପାତ ସମୟରେ ବର୍ଷାର ମାତ୍ର ବୃଦ୍ଧି ପାଇବ । ୨୦୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବା କହିଛନ୍ତି ପାଣିପାଗ ବିଶେଷଜ୍ଞ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଖଳନ ହେବାର ସମ୍ଭାବନା ରହିଛି ।

Watch Video: