ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ

3/10/2021 at 9:53 AM

ଭୁବନେଶ୍ୱର ୦୩।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଯାଜପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୭୯୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୪୪୧୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୧୭୨୫୨୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts