ଭୁବନେଶ୍ୱର ୨୩।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) January 24, 2022
1.A 57 years old Female of Balasore District.
2.A 45 years old Female of Bhubaneswar.
3.A 13 years old Girl of Cuttack District.
ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୧୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୭୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୧୨୧୬୦୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୧୯୩୮୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।