ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର, ରହିଛି ପଶ୍ଚିମବଙ୍ଗ ଲିଙ୍କ୍‌

Published By : Prameya-News7 Bureau | May 02, 2020 IST

ଭୁବନେଶ୍ୱର ୦୨।୦୫: ଓଡ଼ିଶାରେ ଆଜି ଆଉ ୫ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୨ ଜଣ ମହିଳା ଥିବା ଜଣାପଡ଼ିଛି । ସମସ୍ତେ କିଛି ଦିନ ତଳେ ପଶ୍ଚିମବଙ୍ଗରୁ ଫେରିଥିଲେ ବୋଲି ଜଣାପଡ଼ିଛି । ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଯାଜପୁର ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ହୋଇଛି । ସେହିପରି ସାରା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ହୋଇଛି । ଏବେ ଯାଜପୁର ଜିଲ୍ଲାରେ କେବଳ ୪୪ଟି ଆକ୍ଟିଭ କେସ ରହିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଦିଆଯାଇଛି ।

wp:core-embed/twitter {"url":"https://twitter.com/IPR_Odisha/status/1256392915166941185","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1256392915166941185
/wp:core-embed/twitter

ତେବେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଅନୁସାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ପୁରୁଷ ଓ ୨ ଜଣ ମହିଳା ରହିଛନ୍ତି । ସେମାନଙ୍କ ବୟସ ଯଥାକ୍ରମେ ୨୮ ବର୍ଷ ପୁରୁଷ, ୫୬ ବର୍ଷ ପୁରୁଷ, ୬୩ ବର୍ଷ ପୁରୁଷ, ୨୪ ବର୍ଷ ମହିଳା, ୬୦ ବର୍ଷ ମହିଳା । ସଂକ୍ରମିତଙ୍କ ପଶ୍ଚିମବଙ୍ଗ ଲିଙ୍କ ରହିଛି। ସମସ୍ତ ସଂକ୍ରମିତ କ୍ୱାରେଣ୍ଟାଇନ୍‌ରେ ଥିଲେ । ସମସ୍ତଙ୍କର କଣ୍ଟ୍ରାକ୍ ଟ୍ରେସିଂ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.