୧୦ ଜିଲ୍ଲାକୁ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ, ୫୦ରୁ ୨ ଶହ ମିଟର ଦୂରତା ପର୍ଯ୍ୟନ୍ତ ଦେଖାଯିବ ନାହିଁ ରାସ୍ତା
21/01/2023 at 8:12 AM

ଭୁବନେଶ୍ୱର ୨୧/୦୧: ୧୦ ଜିଲ୍ଲାକୁ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, କଟକ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସବୁ ଜିଲ୍ଲାରେ ୫୦ରୁ ୨୦୦ମିଟର ଦୂରତା ପର୍ଯ୍ୟନ୍ତ ଦେଖାଯିବ ନାହିଁ । ସେଥିପାଇଁ ଏସବୁ ଜିଲ୍ଲାରେ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗୁରୁଚାପ ବଳୟ ପ୍ରଭାବରେ ଏସବୁ ଅଞ୍ଚଳରେ ଘନ କୁହୁଡ଼ି ଦେଖାଦେଇଛି। ଆଜି ସକାଳୁ ଭୁବନେଶ୍ବର ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ଯୋଗୁଁ ଲୋକେ ଗାଡ଼ି ଚଳାଚଳରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।…
Related Posts
ହଷ୍ଟେଲ୍ରୁ ଉଦ୍ଧାର ହେଲା +୨ ବିଜ୍ଞାନ ଛାତ୍ରୀଙ୍କ ମୃତଦେହ
2 February 2023