ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଆଉ ଗଡ଼ିବନି ଗଙ୍ଗାଧରଙ୍କ ସାଇକେଲ୍‌; ୯୧ ବର୍ଷରେ ପୂର୍ବତନ ବିଧାୟକଙ୍କ ପରଲୋକ

2/02/2023 at 10:52 PM

ଭଦ୍ରକ ୦୨/୦୨: ପୂର୍ବତନ ଚାନ୍ଦବାଲି ବିଧାୟକ ଗଙ୍ଗାଧର ଦାସଙ୍କ ୯୧ ବର୍ଷ ବୟସରେ ପରଲୋକ ହୋଇଛି। ଭଦ୍ରକ ଜିଲ୍ଲା ମୁଖ୍ୟ ଚକିତ୍ସାଳୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ୱର୍ଗତ ଦାସ ଚାନ୍ଦବାଲି ସଂରକ୍ଷିତ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୯୭୧ ଏବଂ ୧୯୭୭ମସିହାରେ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ ସେ ବହୁ ବିକାଶମୂଳକ କାର୍ଯ୍ୟ କରିଛନ୍ତି। ସେ ବାର୍ଦ୍ଧକ୍ୟଜନିତ ରୋଗରେ ଅସୁସ୍ଥତା ପାଇଁ ସେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

ସୂଚନାଥାଉକି, ସ୍ୱର୍ଗତ ବିଧାୟକ ତାଙ୍କ ସରଳ ଜୀବନ ଯାପନ ଶୈଳୀ ପାଇଁ ବେଶ ଚର୍ଚ୍ଚାରେ ଥିଲେ। ସେ ସବୁବେଳେ ସାଇକେଲରେ ଯିବା ଆସିବା କରୁଥିଲେ। ତାଙ୍କ ମୃତ୍ୟୁରେ ଧାମନଗର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ଚାନ୍ଦବାଲି ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ସହିତ ବହୁ ବିଶିଷ୍ଟ ମାନ୍ୟଗଣ୍ଯ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ମୃତ୍ୟୁ ଶଜ୍ଜା ପାଖରେ ତାଙ୍କ ଝିଅ, ପୁଅ,ବୋହୁ ଓ ନାତି,ନାତୁଣୀମାନେ ଉପସ୍ଥିତ ଥିଲେ। ତାଙ୍କ ଦେହାନ୍ତରେ ଭଦ୍ରକ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

   Related Posts