ଭୁବନେଶ୍ବର ୧୭।୭: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ବିଜୁ ଶ୍ରମିକ ସାମୁଖ୍ୟର ସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ । ଅସୁସ୍ଥତା କାରଣରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି ।

ପ୍ରଫୁଲ୍ଲଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ପ୍ଲାଟଫର୍ମରେ ନବୀନ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି ।

Also Read:- ବିୟୁଟି ମହାନ୍ତି ମୃତ୍ୟୁ ମାମଲା : ମିଳିଲା ଡିଜିଟାଲ ପ୍ରମାଣ, ତଥାପି ରହସ୍ୟ ଜାରି

ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ପ୍ରମିଳା ମଲ୍ଲିକ, ବ୍ୟୋମକେଶ ରାୟ, ସଞ୍ଜୀବ ମଲ୍ଲିକ ମେଡିକାଲରେ ଭେଟିଛନ୍ତି । ସମସ୍ତ ନେତୃତ୍ୱ ପ୍ରଫୁଲ୍ଲ ସାମଲଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ।