ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ପୂର୍ବତନ ବିଧାୟକ ଗୌରହରି ନାଏକଙ୍କ ପରଲୋକ

23/01/2020 at 11:55 AM

କେନ୍ଦୁଝର ୨୩/୧: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରି ନାଏକଙ୍କ ହଳଦୀବଟା ସ୍ଥିତ ବାସଭବନରେ ବୁଧବାର ରାତି ୧୦: ୩୦ ସମୟରେ  ଦେହାନ୍ତ ହୋଇଛି। ଶ୍ରୀ ନାଏକ ସ୍ନାୟୁ ରୋଗରେ ପୀଡିତ ହୋଇ ଗତ ଡିସେମ୍ବର ୧୭ ତାରିଖରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ।

ଶ୍ରୀ ନାଏକ ଭାରତୀୟ ବାୟୁସେନାରୁ ଅବସର ପରେ ୨୦୦୦ ମସିହାରୁ ୨୦୦୯ ମସିହା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ତରଫରୁ ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଦୁଇଦୁଇ ଥର ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ସାରା ପାଟଣା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଦେହାନ୍ତ ଖବର ପାଇ ବିଜେପିର ବହୁ ବରିଷ୍ଠ ନେତା ପହଞ୍ଚି ଶେଷ ଦର୍ଶନ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ।

   Related Posts