ଭୁବନେଶ୍ୱର ୧୯।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୫୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
{"id":529412,"sizeSlug":"full","linkDestination":"none"}![](https://www.prameyanews7.com/wp-content/uploads/2021/10/1-25.jpg)
ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।