ଶୁକ୍ରବାର ରାଶିଫଳ: ସକାଳୁ ସକାଳୁ ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇ କଳହର ରୂପ ନେଇପାରେ

Published By : Prameya-News7 Bureau | January 06, 2022 IST

ମେଷ – ଆପଣଙ୍କ ଅସ୍ୱାଭାବିକ ଚିନ୍ତାଧାରା ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସାହିତ କରିବ । ଗୃହ, ଭୂମି, ଗାଡିମୋଟର, ବନ୍ଧୁସମ୍ପର୍କକୁ କେନ୍ଦ୍ର କରି କଳହର ସମ୍ଭାବନା ରହିଛି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରି ମନକୁ ଅଶାନ୍ତ କରିପାରେ । ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟର ଆଶଙ୍କା ରହିଛି । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ଆଜି ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହତୁ ମଧ୍ୟ ମନ ବିଶେଷ ଭଲ ରହିବ ନାହିଁ । ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ଆଜି କର୍ମସ୍ଥ ମଙ୍ଗଳ ପାପଗ୍ରହ ଦୃଷ୍ଟିରୁ ଘରୋଇ କାମ ସଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଢିଯିବ, ଫଳରେ ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ସିଂହ – କିଛି ସାହାର୍ଯ୍ୟ କରିବାକୁ କହିଥିବା ବ୍ୟକ୍ତିଟି ନାସ୍ତିସୂଚକ ବାଣୀ ଶୁଣାଇପାରେ । ନିକଟସ୍ଥ ବ୍ୟକ୍ତି ବିଶେଷ ମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କର କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ । ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ତ ନିଶ୍ଚୟ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – କର୍ମକ୍ଷେତ୍ରରୁ ଅଧିକାଂଶ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୭ୟ କରିବେ । ବିଶାଖା ନକ୍ଷତ୍ର କିନ୍ତୁ ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଅବଦ୍ଧ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – କର୍ମକ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଉପକାର କରିଥିବା ବ୍ୟକ୍ତି ଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡିବ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ସକାଳୁ ସକାଳୁ ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇ କଳହର ରୂପ ନେଇପାରେ । କାର୍ଯ୍ୟପଦ୍ଧତି ବଦଳାଇ ବନ୍ଧୁଙ୍କ ସଦ୍‌ ଭାବ ଓ ସହକର୍ମୀଙ୍କ ସହ ଯୋଗ ଲାଭ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର – ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖର ବନ୍ଧୁଙ୍କ ସହ ବାକ୍ୟାଳାପ କରି ସମାଲୋଚିତ ହେବାକୁ ପଡିପାରେ । ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ - ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କେତେକ କାମ ହାସଲ କରିବେ । କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ - କର୍ମକ୍ଷେତ୍ରରେ ହଠାତ୍‌ କୋଣସି ଘଟଣା ମନକୁ ବିବ୍ରତ କରିପାରେ । ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.