scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଶୁକ୍ରବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

10/12/2020 at 6:37 PM

ଭୁବନେଶ୍ବର ୧୦/୧୨: ମେଷ – ବୟସ୍କ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ ନେଇ ଝଗଡା ଲାଗିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ବୁଧ ଯୁକ୍ତ କେତୁ ପ୍ରଭାବରେ କଥାକୁ ଠିକ୍ ଭାବରେ ନ ବୁଝି କଳହ ଲାଗିପାରେ । ଅଫିସରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ଶୁକ୍ରଙ୍କ ସ୍ଥିତିଜନିତ ଆଜି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତି କଥା କହି ବିଜୟଲାଭ କରିବେ । ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ । 

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ – ରାହୁଯୁକ୍ତ ଚନ୍ଦ୍ର କାରଣରୁ ଆଜି ବନ୍ଧୁଙ୍କ ସହ ବିବାଦ ଓ ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ । ପରିବାରରେ ପୂର୍ବ ସମସ୍ୟା ସମାଧାନରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ଗୁରୁଶୌରୀ ଯୋଗ ପ୍ରଭାବରୁ ଧାର୍ମିକ କାର୍ଯ୍ୟ, ସତ୍‌-ସଙ୍ଗ, ଦେବାର୍ଚ୍ଚନାରେ ମନ ବଳିବ । ବନ୍ଧୁଙ୍କ ସାହାର୍ଯ୍ୟ ଓ ପାରସ୍ପରିକ ସହ-ଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା – ପ୍ରତି କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଶନିଙ୍କ ପ୍ରଭାବରୁ ସନ୍ଦେହର ସରବ୍ୟ ହେବେ । କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ । ଅର୍ଥ କିମ୍ବା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ତୁଳା – ଶୁକ୍ରଙ୍କ ସୁପ୍ରଭାବରୁ ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରା କାର୍ଯ୍ୟରେ ସାହାର୍ଯ୍ୟ କରିବ । ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ଶୁଭ ରଙ୍ଗ ଧଳା । ଶୁଭ ରଙ୍ଗ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ଶନିଦୃଷ୍ଟ ମଙ୍ଗଳ ଯୋଗୁ ଯାହା ଖୋଜୁଛନ୍ତି ତାହା ଅବଶ୍ୟ ପାଇବେ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କାମକୁ ସହଜ କରିବ । ଅତି ଦରକାରୀ ଜିନିଷଗୁଡିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର – ବନ୍ଧୁମାନଙ୍କ ସହ ଆଲୋଚନା ପରିସରରେ ଚୁପ୍ ରହିବାକୁ ବାଧ୍ୟ ହେବେ । ପରିବାରରେ ଧୀର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ  ଧୂସର । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ  – ଆଜିର ଯାତ୍ରା, କାର୍ଯ୍ୟାରମ୍ଭ ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ । ସାମାନ୍ୟ କେତେକ ଅସୁବିଧାକୁ ବାଦ୍ ଦେଲେ ଦିନଟିରେ ବହୁତ ଭଲ କାମ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ – ଆଜି ରାହୁ ଓ ଚନ୍ଦ୍ର ଚତୁର୍ଥ ସ୍ଥାନରେ ଥିବାରୁ ଘରର ପରିବେଶ ଅଶାନ୍ତ ରହିବ । ରେବତୀ ନକ୍ଷତ୍ର ସଭାବସମିତିରେ ମିଠା କଥା କହି ପରିସ୍ଥିତି ସମ୍ଭାଳି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

   Related Posts