ଆସନ୍ତାକାଲି ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ, ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ

Published By : Prameya-News7 Bureau | February 23, 2024 IST

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ଼ ଉପରେ ବସିବା ଭଙ୍ଗିରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ସେହିପରି ପ୍ରଭୁ ବଳଭଦ୍ର ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ ଧରି ଭକ୍ତଙ୍କୁ ଦର୍ଶନ ଦେବେ। ଏଣୁ ଦୟଣା ମାଳି ସେବକ ବସନ୍ତ କୁମାର ରଣାଙ୍କ ତତ୍ତ୍ୱାବଧାନରେ ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମରେ ଏହି ବେଶ ପ୍ରସ୍ତୁତି କରାଯାଉଛି।

wp:heading {"level":4}

Also read- ସରସ୍ୱତୀ ପୂଜା ଭସାଣୀ କଲେ, ହେଲେ ନାଚରେ ମସଗୁଲ ହୋଇ ଠାକୁରଙ୍କୁ ଛାଡ଼ିଦେଲେ

/wp:heading

ଆସନ୍ତାକାଲି ଶନିବାର ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥାବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ। ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜକୁ ଉଦ୍ଧାର କରିଥିଲେ।

{"id":912897,"sizeSlug":"large","linkDestination":"none"}

ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଥିବା ବେଳେ ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ। ଗରୁଡ଼ ଉପରେ ବସିବା ଭଙ୍ଗିରେ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିଥିବେ ମହାପ୍ରଭୁ। ଠାକୁରଙ୍କ ସମୀପରେ ଦୁଇଟି ହାତୀ ଶୁଣ୍ଢରେ ପଦ୍ମକଢି ଧରି ମଧ୍ୟ ଦଣ୍ଡାୟମାନ ରହିଥିବେ। ସେହିପରି ବଳଭଦ୍ର ଚତୁହସ୍ତରେ ଶଙ୍ଖ, ଚକ୍ର, ହଳ ଓ ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ ଧରି ବିରାଜମାନ କରିବେ।

ତେବେ ଶ୍ରୀଜୀଉଙ୍କ ଏହି ବେଶ ବଡ଼ ମନଲୋଭା ହୋଇଥିବା ବେଳେ ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମ୍‌ରେ ଚାଲିଛି ଠାକୁରଙ୍କ ବେଶ ପ୍ରସ୍ତୁତି। ଦୟଣା ମାଳି ସେବକ ବସନ୍ତ  କୁମାର ରଣାଙ୍କ ତତ୍ତ୍ୱାବଧାନରେ ୫ ଜଣ କାରିଗରଙ୍କ ସମେତ ଦର୍ଜୀ ଓ ଚିତ୍ରକର ସେବକ  ଠାକୁରଙ୍କ କାର୍ଯ୍ୟରେ ଲାଗିଛନ୍ତି। ସୋଲ, ଜରି, ଜମ୍ୱୁରା, କନା, କଇଁଥ ଅଠାରେ ମହାପ୍ରଭୁଙ୍କ ଏହି ବେଶ ପ୍ରସ୍ତୁତ କରାଯାଉଛି। ଚୂଳ, କିରୀଟ, କୁଣ୍ଡଳ, ସୂର୍ଯ୍ୟ, ଚନ୍ଦ୍ର, ହତା, ବାଜୁବନ୍ଧ, ହାତଫେର, ଆୟୁଧ, ଶଙ୍ଖ, ଚକ୍ର, ଗଦା, ପଦ୍ମ, ହଳ, ମୂଷଳ, ବାଙ୍କି, ପାହୁଡ଼, ଗୋଡଖଡ଼ୁ, ହାତମାଳ, ନାକଚଣା,  ପଦ୍ମକଢ଼ି ଆଦି ଅଳଙ୍କାର ଆସନ୍ତାକାଲି ଗଜୋଦ୍ଧାରଣ ବେଶରେ ଶ୍ରୀଜୀଉଙ୍କୁ ଲାଗି ହେବ ବୋଲି କହିଛନ୍ତି ମୁଖ୍ୟ ବେଶ କାରିଗର।

{"id":912898,"sizeSlug":"full","linkDestination":"none"}

ତେବେ ପୂର୍ବରୁ ମହାରାଣୀ ଓ ପରେ ଜଜମାନମାନେ ଠାକୁରଙ୍କ ଏହି ବେଶର ଦାୟିତ୍ୱ ନେଉଥିଲେ। ୧୯୭୯ ମସିହାରୁ ଶ୍ରୀମନ୍ଦିର ପ୍ରଶାସନ ତତ୍ୱାବଧାନରେ ମହାପ୍ରଭୁଙ୍କ ବେଶ ଅନୁଷ୍ଠିତ ହେଉଥିବା ବେଳେ ଏହି ଦୁର୍ଲଭ ବେଶକୁ ଦର୍ଶନ କରିବା ପାଇଁ ଭକ୍ତମାନଙ୍କ ମଧ୍ୟରେ ବେଶ୍ ଉତ୍କଣ୍ଠା ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.