oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଅପରେସନ ନୀଳ ଜହର, ୧୦କୋଟିର ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ ଓ ଅବକାରୀ ବିଭାଗ

20/11/2021 at 8:14 AM

ବାଲିଗୁଡ଼ା ୨୦।୧୧: କନ୍ଧମାଳରେ ଅପରେସନ ନୀଳ ଜହର । ପୁଣି ଥରେ କୋଟି କୋଟିର ଗଞ୍ଜେଇ ଚାଷକୁ ନଷ୍ଟ କଲା ଅବକାରୀ ବିଭାଗ ଓ ବାଲିଗୁଡ଼ା ପୋଲିସ । ତେବେ ନଷ୍ଟ ହୋଇଥିବା ଗଞ୍ଜେଇ ଚାଷର ଆନୁମାନିକ ମୂଲ୍ୟ ୧୦ କୋଟି ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି ।

ଖବର ଅନୁଯାୟୀ, ବାଲିଗୁଡ଼ା ଥାନା ରେବିଙ୍ଗିଆ ପଞ୍ଚାୟତ ଗଡ଼ାପିଞ୍ଝା ଗାଁରେ ବେଆଇନ୍‌ ଭାବେ ଗଞ୍ଜେଇ ଚାଷ କରାଯାଉଥିଲା । ବାହାର ରାଜ୍ୟର ମାଫିଆ ଆଦିବାସୀଙ୍କୁ ହାତ କରି ଏଠାରେ ଗଞ୍ଜେଇ ଚାଷ କରୁଥିଲେ । ଯାହାର ସୂଚନା ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗ ନିକଟରେ ପହଞ୍ଚିଥିଲା ।

ଏହାପରେ ଅବକାରୀ ବିଭାଗ ଓ ବାଲିଗୁଡ଼ା ପୋଲିସ ଅପରେସନ ଗ୍ରୀନ୍‌ କ୍ଲିନ୍‌ ଆରମ୍ଭ କରିଥିଲା । ଏହିକ୍ରମରେ ଉକ୍ତ ଗାଁରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରାଯାଇଛି । ପ୍ରାୟ ୧୨୫ ଏକରରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୦ କୋଟିରୁ ଅଧିକ ହେବ ବୋଲି ସୂଚନା ମିଳିଛି ।

ପୋଲିସ ଓ ଅବକାରୀ  ବିଭାଗର କାର୍ଯାନୁଷ୍ଠାନରେ ଗଞ୍ଜେଇ ମାଫିଆଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି l ତେବେ ଏହି ବେଆଇନ୍‌ ଗଞ୍ଜେଇ ଚାଷ ନେଇ ବାଲିଗୁଡ଼ା ଥାନାରେ ମାମଲା ରୁଜୁ ହୋଇଛି ।

   Related Posts