ଗ୍ୟାସ୍ ଟାଙ୍କି ଫାଟି ଜଳିଗଲା ୬ ବଖରା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Published By : Prameya-News7 Bureau | August 15, 2020 IST

ଭଦ୍ରକ ୧୫।୮: ଗ୍ୟାସ୍ ଟାଙ୍କି ଫାଟି ଜଳିଗଲା ୫ଟି ପରିବାରର ୬ ବଖରା ଘର । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଛି । ଭଦ୍ରକ ଗ୍ରାମାଞ୍ଚଳ ଥାନା ବଙ୍ଗାଳି ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଆଜି ସକାଳେ ଏଭଳି ଘଟଣା ଘଟିଥିବା ଜଣାପଡିଛି ।

{"id":314829,"sizeSlug":"large"}

କୌଣସି କାରଣରୁ ଘରେ ଥିବା ଗ୍ୟାସ୍ ଲିକ୍ ହୋଇ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା । ନିଆଁର ପ୍ରକୋପ ଏତେ ଥିଲା ଯେ ଚାହୁଁ ଚାହୁଁ ୬ ବଖରା ଘର ଜଳି ଯାଇଥିଲା । ଘରେ ଥିବା ଟଙ୍କା, ପଇସା, ଧାନ ଓ ଆସବାବପତ୍ର ସମ୍ପୂର୍ଣ୍ଣ ଜଳି ପୋଡି ପାଉଁଶ ହୋଇଯାଇଛି । ଘରେ ଥିବା ନଗଦ ଲକ୍ଷାଧିକ ଟଙ୍କା ଓ ଗୁରୁତ୍ବପୂର୍ଣ୍ଣ ସାର୍ଟିଫିକେଟ୍ ଗୁଡିକ ଜଳିଯାଇଛି । ଖବର ପାଇ ଭଦ୍ରକରୁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.