ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଅଢେଇ କୋଟି ଟଙ୍କାର ସୁନା ଓ ରୂପା ଜବତ, ଜିଏସ୍‌ଟି ଫାଙ୍କି ହେଉଥିଲା ଚାଲାଣ !

2/10/2022 at 11:06 AM

ବ୍ରହ୍ମପୁର  ୦୨।୧୦ : ବିପୁଳ ପରିମାଣର ସୁନା ସହ ରୂପା ଜବତ । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ପୋଲିସ ଦ୍ୱାରା ୩ କେଜି ସୁନା ଏବଂ ୧୭ କେଜି ରୂପା ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ଅଢେଇ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଇଛି । ଗାଡି ଚାଳକ ସହ ତିନି ଜଣଙ୍କ ଅଟକ ରଖିଛି ପୋଲିସ ।

ଖବର ଅନୁଯାୟୀ, ତାମିଲନାଡୁରୁ ବ୍ରହ୍ମପୁର ପ୍ରେମନଦର ଅଞ୍ଚଳକୁ ଆସୁଥିଲା ଏକ୍‌ କାର । ଏଥିରେ ସୁନା ଓ ରୂପା ଅଳଙ୍କାର ଭର୍ତ୍ତି ରହିଥିଲା । ଜିଏସ୍‌ଟି ଫାଙ୍କି ଗାଡିରେ ଆସୁଥିବାର ସୂଚନା ପାଇଥିଲା ଗୋଳନ୍ଥରା ପୋଲିସ । ଏହିକ୍ରମରେ ଅଧାରାସ୍ତାରେ ଗାଡି ଅଟକାଇ ଯାଞ୍ଚ କରିଥିଲା ପୋଲିସ । ଯାଞ୍ଚ ସମୟରେ ପୋଲିସକୁ ୩ କେଜି ସୁନା ଏବଂ ୧୭ କେଜି ରୂପା ମିଳିଥିଲା । ଯାହାର ଆନୁମାନିକ ମୂଲ୍ୟ ଅଢେଇ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି ।  ପୂର୍ବରୁ ଏହିପରି ଭାବେ  ଶହ ଶହ କିଲୋ ସୁନା ଓ ରୂପା ସହ କୋଟି କୋଟି ଟଙ୍କା ଜବତ କରିଛି ପୋଲିସ ଓ ଅବକାରି ଗୁଇନ୍ଦା ବିଭାଗ  I

   Related Posts