ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର।  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶା ଛୁଇଁଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱରରେ ମୌସୁମୀ ଛୁଇଁଛି।

ମୌସୁମୀ ଆସିବା ପୂର୍ବରୁ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି। ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏଥର ମୌସୁମୀ ପ୍ରବେଶରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଦକ୍ଷିଣ ଓଡ଼ିଶା ପରିବର୍ତ୍ତେ ଉତ୍ତର ଓଡ଼ିଶା ଦେଇ ଓଡ଼ିଶା ଛୁଇଁଛି ମୌସୁମୀ