ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ନବ ଦାସଙ୍କୁ କେମିତି ହତ୍ୟା କରିଥିଲା, ବନ୍ଧୁକ ଧରି ଡେମୋ ଦେଖାଇଲା ଗୋପାଳ

7/02/2023 at 5:40 PM

ଝାରସୁଗୁଡା: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଆଜି ଘଟଣାସ୍ଥଳରେ କ୍ରାଇମବ୍ରାଞ୍ଚ ସିନ ରିକ୍ରିଏସନ କରିଛି। ପୂର୍ବତନ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ କିଭଳି ଏବଂ କେମିତି ହତ୍ୟା କରିଛି ତାର ଡୋମୋ ଦେଖାଇଛି ମୁଖ୍ୟ ଅଭିଯୁକ୍ତ ତଥା ବହିଷ୍କୃତ ଏଏସଆଇ ଗୋପାଳ ଦାସ। କ୍ରାଇମବ୍ରାଞ୍ଚ ଏବଂ ପୋଲିସ୍ ଉପସ୍ଥିତିରେ ଗୋପାଳ ଖେଳନା ବନ୍ଧୁକ ଦେଖାଇ ଡୋମୋ ଦେଖାଇଛି।

ଏହା ପୂର୍ବରୁ ବ୍ରଜରାଜନଗର ଗାନ୍ଧୀଛକ ସ୍ଥିତ ଘଟଣାସ୍ଥଳକୁ ଅଭିଯୁକ୍ତ ASI ଗୋପାଳ ଦାସକୁ ଅଣାଯାଇଥିଲା। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଡ୍ରୋନ ସାହାଯ୍ୟରେ ସିନ ରିକ୍ରିଏସନର ରେକର୍ଡିଂ କରାଯାଇଛି।

ଅନ୍ୟପଟେ ନବ ଦାସ ହତ୍ୟାକାଣ୍ଡ ଘଟଣାର ତଦନ୍ତର ତଦାରଖ ପାଇଁ ଝାରସୁଗୁଡା ଯାଇଛନ୍ତି ଜଷ୍ଟିସ ଜେ.ପି ଦାସ। ସେଠାରେ ସେ ତଦନ୍ତକାରୀ ଅଧିକାରୀଙ୍କ ସହ କରିବେ ଆଲୋଚନା କରିବେ। ଜଷ୍ଟିସ ଦାସଙ୍କ ତତ୍ତ୍ବାବଧାନରେ ହେଉଛି କ୍ରାଇମବ୍ରାଞ୍ଚ ତଦନ୍ତ। ଦାସଙ୍କ ସହ ପୋଲିସ ଡିଜି ସୁନିଲ ବଂଶଲ୍, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଓ ଆଇନ ଶୃଙ୍ଖଳା ADG ଆରକେ ଶର୍ମା ମଧ୍ୟ ଝାରସୁଗୁଡା ପହଞ୍ଚିଛନ୍ତି।

ସୂଚନାଯୋଗ୍ୟ, ଜାନୁଆରୀ ୨୯ରେ ଝାରସୁଗୁଡା ଜିଲ୍ଲାର ବ୍ରଜରାଜନଗର ନିକଟସ୍ଥ ଗାନ୍ଧୀ ଛକରେ ଦଳୀୟ କାର୍ଯ୍ୟାଳୟର ଉଦଘାଟନ କରିବାକୁ ଯାଉଥିବା ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଏଏସଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିଥିଲା। ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ହତ୍ୟା କରିଥିବା ଦୋଷ ବି ସ୍ଵୀକାର କରି ସାରିଛି ଗୋପାଳ। ତେବେ ଘଟଣାକୁ ଆଠ ଦିନ ବିତି ଯାଇଥିଲେ ମଧ୍ୟ ହତ୍ୟାକାଣ୍ଡର କାରଣ ଜାଣି ପାରିନାହିଁ କ୍ରାଇମବ୍ରାଞ୍ଚ। ଏହି ତଦନ୍ତକାରୀ ସଂସ୍ଥାର ତଦନ୍ତକୁ ନେଇ ମଧ୍ୟ ସାଧାରଣରେ ପ୍ରଶ୍ନ ଉଠୁଛି।

   Related Posts