ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି, ବନ୍ଦ ରହିବ ଶିକ୍ଷାନୁଷ୍ଠାନ ଓ ଅଫିସ

Published By : Prameya-News7 Bureau | October 22, 2022 IST

ଭୁବନେଶ୍ୱର ୨୨/୧୦: ଅକ୍ଟୋବର ୨୫ରେ ସରକାରୀ ଛୁଟି । ସୂର୍ଯ୍ୟପରାଗ ପାଇଁ ସରକାରୀ ଛୁଟି ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ସେଥିପାଇଁ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.