ଗୋଛାପଡ଼ା ଜଙ୍ଗଲରେ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ

Published By : Prameya-News7 Bureau | June 22, 2021 IST

କନ୍ଧମାଳ ୨୨।୦୬: ପୋଲିସ ଓ ମାଓବାଦୀ ଗୁଳି ବିନିମୟ । କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଜଙ୍ଗଲରେ କମ୍ବିଂ ବେଳେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବାର ସୂଚନା ମିଳିଛି ।

{"id":469503,"sizeSlug":"large","linkDestination":"none"}

ଖବର ଅନୁଯାୟୀ, ଗୋଛାପଡ଼ା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ପାଇଥିଲେ ସୁରକ୍ଷାକର୍ମୀ । ଏହାପରେ ତୁରନ୍ତ ସଂପୃକ୍ତ ଜଙ୍ଗଲରେ କୁମ୍ବିଂ ଅପରେସନ ଆରମ୍ଭ କରିଦେଇଥିଲେ । ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ବହୁ ସମୟ ଧରି ଗୁଳିବିନିମୟ ଜାରି ରହିଥିଲା । ତେବେ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି । ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବାର ସୂଚନା ରହିଛି । ଏବେବି ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.