ମାଲକାନଗିରି ୭।୭: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀ ହେଉଛନ୍ତି PLGA ବାଟାଲିୟନ ନମ୍ବର ୧ର ଡେପୁଟି କମାଣ୍ଡର ସୋଡି କନ୍ନା ଓରଫ ପଦନାମ । ପଦନାମର ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୮ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।
ନ୍ୟାସନାଲ ପାର୍କ ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ୍ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି, ସିଆରପିଏଫ ଓ ଏସଟିଏଫ ବାହିନୀର ଜବାନ ମାନେ ସେଠାରେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । ବର୍ତ୍ତମାନ ସୁଦ୍ଧା ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ବୋଲି ବିଜାପୁର ଏସ୍ପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି ।
You Can Read:
ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ, ଜୁଲାଇ ୨୪ରୁ ଆରମ୍ଭ ହେବ ପାଠପଢ଼ା