previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ଲୋପ ପାଇଯିବ କି ହାତୀବଂଶ? ବାରହା ଫାଶରେ ପଡି ଚାଲିଗଲା ଦନ୍ତାର ଜୀବନ

6/07/2022 at 9:31 AM

ଢେଙ୍କାନାଳ ୦୬/୦୭ : ବାରହା ଫାଶରେ ପଡି ଦନ୍ତା ହାତୀ ମୃତ । ଅସରଡା ଗାଁ ନିକଟରେ ଘଟିଛି ଏହି ଅଘଟଣ । ହିନ୍ଦୋଳ ବନାଞ୍ଚଳରେ ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ଫାଶରେ ଏକ ଦନ୍ତା ହାତୀ ପଡି ମୃତ୍ୟୁ ଘଟିଥିବା ବେଳେ ସେପଟେ ମହଲୁଣ୍ଡା ମାଘୁବେରଣୀ ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି ।

ଅସରଡ଼ା ଗ୍ରାମ ନିକଟରେ ବାର୍ହା ଶିକାର ପାଇଁ ଖଞ୍ଜା ଯାଇଥିବା ବିଦ୍ୟୁତ ଫାଶରେ ଦନ୍ତା ହାତୀ ପଡି ଯାଇଥିବା ଜଣାପଡିଛି । ଖଜୁରିଆକଟା ସେକ୍ସନ ଅନ୍ତର୍ଗତ ଅସରଡ଼ା ଗ୍ରାମ ଖେଳପଡ଼ିଆ ନିକଟରେ ଏହି ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି । ମୃତ ହାତୀର ବୟସ ୨୫ ରୁ ୩୦ବର୍ଷ ହେବ ବୋଲି ଅନୁମାନ କରାଯାଇଛି । ଘଟଣାସ୍ଥଳରେ ହିନ୍ଦୋଳ ବନ କର୍ମଚାରୀମାନେ ପହଂଚି ତଦନ୍ତ କରିଛନ୍ତି ।

   Related Posts