ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !

Published By : Prameya-News7 Bureau | September 25, 2021 IST

ଢେଙ୍କାନାଳ ୨୫।୦୯: ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା। ଢେଙ୍କାନାଳରେ ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା । ମୃତ ପଂଚାୟତ ସମିତି ସଭ୍ୟ ଦୀପକ ମାହନ୍ତ । ତାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଗତକାଲି ରାତିରେ ତାଙ୍କ ଗ୍ରାମ ଜାମୁଝରା ଛକ ନିକଟରେ ହତ୍ୟାକାଣ୍ଡ ଘଟିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପତ୍ନୀ ସରପଞ୍ଚ ଅଛନ୍ତି । ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.