ଇଟାଭାଟିରେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ସନ୍ଦେହ

Published By : Prameya-News7 Bureau | August 07, 2022 IST

ଯାଜପୁର ୦୭।୦୮: ଇଟାଭାଟିରେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ। କ୍ଷତାକ୍ତ ଅବସ୍ଥାରେ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶ୍ରମିକ ଜଣଙ୍କ କୋହ୍ଲା ଗାଁର ମକର ଚନ୍ଦ୍ର ସାହାଣୀ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଆରୁହା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ସେପଟେ ଘଟଣାସଂପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ମକରଙ୍କର ମୃତ୍ୟୁ କେଉଁ ପରିସ୍ଥିତିରେ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ତଦନ୍ତ ପରେ ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.