Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଜୁଇରେ ଜଳିଲା ନବବଧୂର ସପନ, ଲକ୍ଷ୍ମୀପ୍ରିୟାଙ୍କ ମୃତ୍ୟୁ ରହସ୍ୟ ଖୋଜୁଛି ପୋଲିସ

9/03/2023 at 12:18 PM

3 matric examinees injured

ଭୁବନେଶ୍ୱର  ୦୯।୦୩ : ନବ ବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ । ଭୁବନେଶ୍ୱର ଉପକଣ୍ଠ ଜରିପାଟଣା ଗାଁରୁ ଆସିଛି ଏପରି ଅଭିଯୋଗ । ମୃତକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ଡିଆସାହିର ଲକ୍ଷ୍ମୀପ୍ରିୟା ମହାନ୍ତି ।

ଖବର ଅନୁଯାୟୀ, ଦୁଇ ବର୍ଷ ତଳେ ଲକ୍ଷ୍ମୀପ୍ରିୟା ଜରିପାଟଣାର ପ୍ରଭାତ ପରିଡ଼ାଙ୍କୁ ବିବାହ କରିଥିଲେ । ବେଶ୍‌ ହସ୍‌ଖୁସିରେ ଚାଲିଥିଲା ପରିବାର । ହେଲେ ଏବେ ଲକ୍ଷ୍ମୀପ୍ରିୟାଙ୍କର ମୃତ୍ୟୁ ହୋଇଛି । ହତ୍ୟାର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଝିଅ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଆସିଛି । ସ୍ୱାମୀ ଓ ଶ୍ୱଶୂର ଘର ଲୋକେ ମିଶି ଲକ୍ଷ୍ମୀପ୍ରିୟାଙ୍କୁ ହତ୍ୟା  କରିଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ।

ସେପଟେ ଏନେଇ ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ଥାନାରେ ଅଭିଯୋଗ ହୋଇଛି । ପୋଲିସ ଅଭିଯୋଗ ପରେ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି । କିଭଳି ଏବଂ କେଉଁ ପରିସ୍ଥିତିରେ ଲକ୍ଷ୍ମୀପ୍ରିୟାଙ୍କ ମୃତ୍ୟୁ ହୋଇଛି । ସେନେଇ ଖୋଳତାଡ଼ ଜାରି ରଖିଛି ପୋଲିସ।

   Related Posts