AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ଗୁଣିଗାରେଡି ସନ୍ଦେହରେ ହତ୍ୟା, ଘରେ ପଶି ମହିଳାଙ୍କୁ ମାରିଦେଲା ଯୁବକ

5/09/2022 at 2:38 PM

ରାୟଗଡ଼ା ୦୫।୦୯: ରାୟଗଡ଼ା ସହର କୋଇଲାପଡ଼ାରେ ଅଭାବନୀୟ ଘଟଣା। ଗୁଣିଗାରେଡି ସନ୍ଦେହରେ ପଡୋଶୀ ମହିଳାଙ୍କୁ ହାଣି ହତ୍ୟା କଲେ ଜଣେ ଯୁବକ । ମୃତ ମହିଳାଙ୍କ ନାମ ଚନ୍ଦ୍ରମା ବିଭାର ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗତ କିଛି ଦିନ ହେବ ଚନ୍ଦ୍ରମା ଗୁଣି ଗାରେଡି କରୁଥିବା ନେଇ ରାଜେଶ ସନ୍ଦେହ କରୁଥିଲେ । ଏନେଇ ଉଭୟ ପରିବାର ମଧ୍ୟରେ ପୂର୍ବରୁ ବଚସା ହୋଇଥିଲା । କିନ୍ତୁ ସୋମବାର ରାଜେଶ୍‌ ଉତ୍‌କ୍ଷିପ୍ତ ହୋଇ ଚନ୍ଦ୍ରମାଙ୍କ ଘରେ ପଶି ଟାଙ୍ଗିଆରେ ହାଣି ଦେଇଥିଲେ । ବେକରେ ଚୋଟ ବାଜିବାରୁ ଚନ୍ଦ୍ରମାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ହତ୍ୟା ପରେ ସାହିପଡୋଶୀ ଲୋକଙ୍କୁ ଡରାଇ ରଖିଥିଲେ ରାଜେଶ ।

ସେହିପରି ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାଜେଶକୁ ଗିରଫ କରିଛି । ଏପିରିକି ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରିଛି ପୋଲିସ। ଏସ୍‌ପି ବିବେକାନନ୍ଦ ଶର୍ମା ଓ ଏସଡିପିଓ ଦେବଜ୍ୟୋତି ଦାସ ସମେତ ଅନ୍ୟ ପୋଲିସ ଅଧିକାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି।

   Related Posts